Advertisment

ଆଜିଠୁ ବିଧାନସଭା, ଏଥର ଉଷ୍ଣ ରହିବ ଶୀତ ଅଧିବେଶନ

ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ।

author-image
Niharika Rout
undefined

Assembly

ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ। ତେଣୁ ଏଥରର ଶୀତ ଅଧିବେଶନ ଉଷ୍ଣ ରହିବ ବୋଲି ଅନୁମାନ କରାଯାଉଛି।

Advertisment

ଆଦିବାସୀ ଜମି ହଡ଼ପ ଅଭିଯୋଗ, ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଓ ଚାରିଦ୍ୱାର ଖୋଲିବା, ମଣ୍ଡି ଅବ୍ୟବସ୍ଥା, ଚାଷୀ ଆତ୍ମହତ୍ୟା, ଆବାସ ଆବଣ୍ଟନରେ ଅନିୟମିତତା ପରି ପ୍ରସଙ୍ଗ ଉଠାଇବାକୁ ବିଜେପି ନିଷ୍ପତ୍ତି ନେଇଛି।

ସେପଟେ କଂଗ୍ରେସ କହିଛି ଆଞ୍ଚଳିକ ବୈଷମ୍ୟବାଦ, ପଶ୍ଚିମ ଓଡ଼ିଶା ପ୍ରତି ଅବହେଳା, ମଣ୍ଡି ସମସ୍ୟା, ଆଇନ ଶୃଙ୍ଖଳା, ଦୁର୍ନୀତି, ସୀମା ବିବାଦ, ଦାଦନ, ବେକାରୀ ଭଳି ପ୍ରସଙ୍ଗ ଗୃହରେ ଉଠାଯିବ ବୋଲି ସ୍ପଷ୍ଟ କରିଛି। ଅନ୍ୟପକ୍ଷରେ ଶାସକ ବିଜେଡି ବି ବିରୋଧୀଙ୍କ ସାମ୍ନା କରିବାକୁ ନିଜକୁ ପ୍ରସ୍ତୁତ କରିଛି।

Advertisment

ଶୀତ ଅଧିବେଶନ ଆଜିଠୁ ଆରମ୍ଭ ହୋଇ ଡିସେମ୍ବର ୩୦ତାରିଖ ପର୍ଯ୍ୟନ୍ତ ବସିବାର କାର୍ଯ୍ୟକ୍ରମ ରହିଛି । ମୋଟ ୩୦ଟି ସରକାରୀ କାର୍ଯ୍ୟଦିବସ ରହିଛି। ଶୀତ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ପ୍ରମିଳା ମଲ୍ଲିକ ଗତକାଲି ସର୍ବଦଳୀୟ ବୈଠକ ଡାକି ସମସ୍ତ ଦଳର ସହଯୋଗ ଲୋଡ଼ିଛନ୍ତି । ସର୍ବଦଳୀୟ ବୈଠକରେ ଗୃହ ସୁପରିଚାଳନାକୁ ଗୁରୁତ୍ୱ ଦିଆଯାଇଛି।

ଶୀତ ଅଧିବେଶନ ପାଇଁ ଗତକାଲି ବିଧାନସଭା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ଡିଜିପି ସୁନୀଲ ବଂଶଲ। ବିଧାନସଭା ଅଧିବେଶନବେଳେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ୨୮ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହେବେ । ଡ୍ରୋନ୍ ମାଧ୍ୟମରେ ଲୋକଙ୍କ ଉପରେ ନଜର ରଖିବାକୁ ପୁଲିସ ଯୋଜନା କରିଥିବା ଜଣାପଡ଼ିଛି । ଅଧିବେଶନବେଳେ ବିଭିନ୍ନ ସଂଗଠନ ପକ୍ଷରୁ ବିଧାନସଭା

Odisha Assembly