ଅଭିନେତା ମନୋଜ ମିଶ୍ର ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ ସେ ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି । କଂଗ୍ରେସରେ ମିଶିବା ପରେ ମନୋଜ କହିଛନ୍ତି, ମୁଁ ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ରାଜନୀତିକୁ ଆସିଛି । ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି । ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।