Advertisment

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ପଦକ ଦେଲେ ସଙ୍କେତ, ଜିତିଲେ ରୌପ୍ୟ

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ମିଳିଛି ପ୍ରଥମ ପଦକ। ଦେଶ ପାଇଁ ୫୫ କେଜି ଭାରୋତ୍ତୋଳନ ବର୍ଗରେ ରୌପ୍ୟ ଜିତିଛନ୍ତି ସଙ୍କେତ ମହାଦେବ ସାଗର। ସେ ମୋଟ ୨୪୮ କେଜି ଓଜନ ଉଠାଇ ବର୍ମିଂହାମରେ ଭାରତର ଟେକ ରଖିଛନ୍ତି। ସେ ସ୍ନାଚରେ ୧୧୩ କେଜି ଓଜନ ଉଠାଇଥିବା ବେଳେ କ୍ଲିନ ଆଣ୍ଡ ଜର୍କରେ ୧୩୫ କେଜି ଓଜନ ଉଠାଇଛନ୍ତି। ତେବେ ଦ୍ୱିତୀୟ ଚେଷ୍ଟାରେ ସଙ୍କେତ ୧୪୧ କେଜି ଓଜନ ଉଠାଇବାକୁ ଚେଷ୍ଟା କରୁଥିବା ବେଳେ ତାଙ୍କ କହୁଣୀ […]

author-image
Hemant Lenka
ଅଦ୍ୟତନ ହୋଇଛି
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ପଦକ ଦେଲେ ସଙ୍କେତ, ଜିତିଲେ ରୌପ୍ୟ

sanket

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ମିଳିଛି ପ୍ରଥମ ପଦକ। ଦେଶ ପାଇଁ ୫୫ କେଜି ଭାରୋତ୍ତୋଳନ ବର୍ଗରେ ରୌପ୍ୟ ଜିତିଛନ୍ତି ସଙ୍କେତ ମହାଦେବ ସାଗର। ସେ ମୋଟ ୨୪୮ କେଜି ଓଜନ ଉଠାଇ ବର୍ମିଂହାମରେ ଭାରତର ଟେକ ରଖିଛନ୍ତି।

Advertisment

ସେ ସ୍ନାଚରେ ୧୧୩ କେଜି ଓଜନ ଉଠାଇଥିବା ବେଳେ କ୍ଲିନ ଆଣ୍ଡ ଜର୍କରେ ୧୩୫ କେଜି ଓଜନ ଉଠାଇଛନ୍ତି। ତେବେ ଦ୍ୱିତୀୟ ଚେଷ୍ଟାରେ ସଙ୍କେତ ୧୪୧ କେଜି ଓଜନ ଉଠାଇବାକୁ ଚେଷ୍ଟା କରୁଥିବା ବେଳେ ତାଙ୍କ କହୁଣୀ ଗୁରୁତର ଭାବେ ଆଘାତ ପ୍ରାପ୍ତ ହୋଇଛି। ତଥାପି ସେ ତୃତୀୟ ଚେଷ୍ଟା କରିଥିଲେ। ହେଲେ ସେଥିରେ ମଧ୍ୟ ସଙ୍କେତ ନିରାଶ ହୋଇଛନ୍ତି। ତୃତୀୟ ଚେଷ୍ଟାରେ ଫେଲ ମାରିଥିବା ସଙ୍କେତଙ୍କ କହୁଣୀରେ ଆହୁରି ଶକ୍ତ ଆଘାତ ଲାଗିଛି। ଏଥିପାଇଁ ତାଙ୍କୁ ମେଡିକାଲ ସୁବିଧା ଯୋଗାଇ ଦିଆଯାଇଛି।

ଏହି ବର୍ଗରେ ମାଲେସିୟାର ବିନ ମହମ୍ମଦ ଅନିକ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ସେ ମୋଟ ୨୪୯ କେଜି ଓଜନ ଉଠାଇଛନ୍ତି। ସେ ସ୍ନାଚରେ ୧୦୭ କେଜି ଓ କ୍ଲିନ ଆଣ୍ଡ ଜର୍କରେ ୧୪୨ କେଜି ଓଜନ ଉଠାଇଛନ୍ତି। ଶ୍ରୀଲଙ୍କାର ଦିଲଙ୍କା ୟୋଡାଗେ ଏହି ବର୍ଗରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସେ ୨୨୫ କେଜି ଓଜନ ଉଠାଇଛନ୍ତି।

Advertisment