ଆଜି ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଗଭୀର ଅବପାତ। ଏହି ସମ୍ଭାବ୍ୟ ବାତ୍ୟାର ନାଁ ରହିଛି ‘ପେଙ୍ଗାଲ’। ଗଭୀର ଅବପାତଟି ବାତ୍ୟାର ରୂପ ନେଇ ତାମିଲନାଡ଼ୁ ଉପକୂଳ ମୁହାଁ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ ବିଭାଗରୁ ସୂଚନା ଅନୁସାରେ, ଗଭୀର ଅବପାତଟି ଆଜି ଉତ୍ତର-ପଶ୍ଚିମ ଦିଗକୁ ଗତିକରି ବାତ୍ୟାରେ ପରିଣତ ହେବ। ଏହାପରେ ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରି ତାମିଲନାଡ଼ୁ ଉପକୂଳ ଆଡ଼କୁ ମୁହାଁଇବ। ୨୯ତାରିଖ ମଧ୍ୟରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତି କରି ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି।
Also Read
ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଲ୍ୟାଣ୍ଡଫଲ୍ କରିବା ନେଇ ପୂର୍ବାନୁମାନ କରିଛି IMD। ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଏଥିସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Weather
ଶୀତ ସାଙ୍ଗକୁ କଲବଲ କରିବ କୁହୁଡି!
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଶୁକ୍ରବାର ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ରାୟଗଡ଼ା ଓ ଝାରସୁଗୁଡ଼ାରେ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
Weather
ଆଜି ବି ଥରାଇବ ଶୀତ, କାଲି ବଢ଼ିବ କୁହୁଡ଼ି
ବିଶେଷକରି ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ନୟାଗଡ଼ କେନ୍ଦୁଝର ମୟୂରଭଂଜରେ କୁହୁଡ଼ି ସମ୍ଭାବନା ରହିଛି।
Weather
ଖସୁଛି ପାରଦ, ବଢୁଛି ଶୀତ; କଲବଲ କରିବ ଘନ କୁହୁଡି!
ସେପଟେ ରାଜ୍ୟର କେତେକ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ସକାଳେ ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାରେ ଘନ କୁହୁଡି ହୋଇପାରେ।