ରାଜ୍ୟରେ ବଦଳିଛି ପାଗର ମିଜାଜ୍। ଆଜି ସକାଳେ ଟ୍ୱିନ୍ ସିଟି ସହ ବିଭିନ୍ନ ଜିଲ୍ଲାରେ ଝିପି ବର୍ଷା ହୋଇଛି। ରାଜ୍ୟରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣରୁ ବର୍ଷା ହେବା ପାଇଁ ୧୧ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଜାରି କରାଯାଇଛି।
ଗତକାଲି ରାତିରେ ରାଜଧାନୀ ଭୁବନେଶ୍ୱର ସହ କଟକରେ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହୋଇଥିଲା। ଆଜି ସକାଳେ ମଧ୍ୟ ଟ୍ୱିନ୍ ସମେତ ବିଭିନ୍ନ ଜିଲ୍ଲାରେ ଝିପି ଝିପି ବର୍ଷା ହେବା ସହ ପାଗ କୋହଲା ରହିଛି। ସେହିପରି ୧୧ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି ରହିଛି।
Also Read
ରାଜ୍ୟରେ ସ୍ୱଳ୍ପ ଧରଣର ବର୍ଷା ପ୍ରଭାବରେ ୨ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ୨ ଦିନ ପରେ ରାଜ୍ୟରେ ଶୀତ ଅନୁଭୂତ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Weather
ଶୀତ ସାଙ୍ଗକୁ କଲବଲ କରିବ କୁହୁଡି!
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଶୁକ୍ରବାର ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ରାୟଗଡ଼ା ଓ ଝାରସୁଗୁଡ଼ାରେ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
Weather
ଆଜି ବି ଥରାଇବ ଶୀତ, କାଲି ବଢ଼ିବ କୁହୁଡ଼ି
ବିଶେଷକରି ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ନୟାଗଡ଼ କେନ୍ଦୁଝର ମୟୂରଭଂଜରେ କୁହୁଡ଼ି ସମ୍ଭାବନା ରହିଛି।
Weather
ଖସୁଛି ପାରଦ, ବଢୁଛି ଶୀତ; କଲବଲ କରିବ ଘନ କୁହୁଡି!
ସେପଟେ ରାଜ୍ୟର କେତେକ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ସକାଳେ ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାରେ ଘନ କୁହୁଡି ହୋଇପାରେ।